ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଶ୍ରମ ବିଭାଗ ଆଜି ଏକ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା ସଦର ପୁରୁଣା ଟାଉନ ହଲ ଠାରୁ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲା।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଯୋଗ ଦେଇ ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମିକ ମୁକ୍ତ କରିବା ପାଇଁ ଆହ୍ୱାନ ଦେଇଥିଲେ।