ଶ୍ରୀଅରବିନ୍ଦଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଯାତ୍ରା ପାଇଁ ପ୍ରସ୍ତୁତି

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ରାଣୀପୁର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଠାରେ ମହାଯୋଗୀ ଶ୍ରୀଅରବିନ୍ଦଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଜାଗରଣ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।

ସଂଗଠନର ବୀରମହାରାଜପୁର ବ୍ଲକ ସଭାପତି ବିପିନ ଖମାରିଙ୍କ ଅଧ୍ୟକ୍ଷତା ଓ ମନୋରଞ୍ଜନ ଦାଶ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜୋନ ସଂଗଠନ ଦାୟିତ୍ୱରେ ଥିବା ମଦନମୋହନ ଦାନୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶ୍ରୀ ଅରବିନ୍ଦଙ୍କ ବାଣୀକୁ ପ୍ରତ୍ୟେକ ପରିବାରକୁ ପହଞ୍ଚାଇବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ବୋଲି କହିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version