ଆଜି ସୁବର୍ଣ୍ଣପୁର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସମିଳନୀ କକ୍ଷ ଠାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପରିଷଦ ଅଧ୍ୟକ୍ଷ ସୁପାର ଠେଲାଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l
ତେବେ ଏହି ବୈଠକରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ସମ୍ମାନିତ ଅତିଥିଭାବେ ଯୋଗ ଦେଇ ଥିବାବେଳେ ଜିଲ୍ଲାର ସମସ୍ତ ପଦାଧିକାରୀ ଯୋଗଦେଇ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଆଲୋଚନା କରିଥିବା ସୂଚନାରୁ ପ୍ରକାଶ l