ସୁବଳୟାରେ ଆମ ପୋଲିସ ସମିତିର ବୈଠକ

ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନାରେ ଆମ ପୋଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁବଳୟା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ, ଡାକ୍ତରଖାନା ଓ କାର୍ଯ୍ୟାଳୟମାନଙ୍କରେ ତମାଖୁକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା । ଏଥିସହ ସୁବଳୟା ବସ ଷ୍ଟାଣ୍ଡ ଛକ ଅଞ୍ଚଳରେ ରାତ୍ରୀକାଳୀନ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା ତଥା ଦିନବେଳା ବିଭିନ୍ନ ଛକ ସ୍ଥାନରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ନିମନ୍ତେ ପୁଲିସ ପହରା ବ୍ୟବସ୍ଥା କରିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ଥାନା ଅଧିକାରୀ ଅଞ୍ଜଳି କୁମ୍ଭାର ଏଥିରେ ଅଧ୍ୟକ୍ଷତା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes