ସୁବର୍ଣ୍ଣପୁର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵରଂଜନ ପତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ସ୍ଥିତ ସଭାଗୃହରେ ଜିଲ୍ଲାସ୍ତରୀୟ ‘ବିଶ୍ଵ ହୃତପିଣ୍ଡ ଦିବସ’ ପାଳିତ ହୋଇଯାଇଛି।
ଏଥିରେ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁ, ଜିଲ୍ଲା ରୋଗ ନିୟନ୍ତ୍ରଣ ଅଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସ୍ଵାଇଁ, ଜିଲ୍ଲା ପରିବାର କଲ୍ୟାଣ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢୀ ପ୍ରମୁଖ ଯୋଗ ଦେଇଥିଲେ।