ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କାର୍ଯ୍ୟାଳୟର ସଭାଗୃହ ଠାରେ ୫ ଜଣ ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ମୁଖ୍ୟ ଅତିଥି, ପୂର୍ବତନ ଉଚ୍ଚଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ ସ୍ଵତନ୍ତ୍ର ଅତିଥି, ଜିଲ୍ଲା ପରିଷଦ ସଭ୍ୟ ଲବକୁମାର ସାହୁ, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ଶିକ୍ଷକ ଭୁଷଣ କୁମାର ପାତ୍ର, ରାଧେଶ୍ୟାମ ପୁରୋହିତ, ବୈଦ୍ୟନାଥ କର୍ଣ୍ଣ, ଲକ୍ଷ୍ମୀନାରାୟଣ ସାହୁ ଓ ମେଘନାଦ ଭୋଇଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।