କଳାହାଣ୍ଡି ଜିଲ୍ଲା ଏସ ଏଚ-୨ କାଉଗୁଡ଼ା ନିକଟରେ ଆଜି ଏକ ଟ୍ରକ ରାୟଗଡ଼ାରୁ କେସିଙ୍ଗା ଯାଉଥିବା ବେଳେ ହଠାତ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବକୁ ଓଲଟି ପଡ଼ିବାରୁ ଚାଳକ ଗୁରୁତର ଆହତ ହୋଇଛନ୍ତି ।
ତାଙ୍କୁ ଉଦ୍ଧାର କରି ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।