କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନଂ ରାଜପଥର ପୋଖରିବନ୍ଦ-ସିକେରକୃପା ରାସ୍ତାରେ ଆଜି ଏକ ବୋଲେରୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ଗୁରୁତର ଆହତ ହୋଇଛନ୍ତି ।
ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।