ବାହାନଗା ଦୁର୍ଘଟଣାସ୍ଥଳରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୀକ୍ଷା

ଦୁର୍ଘଟଣା, ଉଦ୍ଧାର, ଚିକିତ୍ସା ବ୍ୟବସ୍ଥା ନେଇ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି।

କ୍ଷତିଗ୍ରସ୍ତ ବଗି ବୁଲି ଦେଖିବା ସହ ସ୍ଥିତିର ଅନୁଧ୍ୟାନ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ ମିଶ୍ର ସାମିଲ ହୋଇଥିଲେ।

ବାଲେଶ୍ବର ମେଡିକାଲରେ ରାଜ୍ୟପାଳ

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବାଲେଶ୍ବର ମେଡିକାଲରେ ପହଞ୍ଚି ଟ୍ରେନ୍ ଦୁର୍ଘଟଣାରେ ଗୁରୁତର ଆହତ ବ୍ୟକ୍ତିଙ୍କୁ ଭେଟିଛନ୍ତି।

ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ସହ ଆଲୋଚନା କଲେ ରାଜ୍ୟପାଳ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚୀରେ ପରିବର୍ତ୍ତନ

ଦୁର୍ଘଟଣାସ୍ଥଳ ଅନୁଧ୍ୟାନ ପରେ କଟକ ଯିବେନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ମୋଦି ପଶ୍ଚିମବଙ୍ଗର କଲେଇକୁଣ୍ଡାରୁ ବାହାନଗାର ଦୁର୍ଘଟଣାସ୍ଥଳକୁ ଆସିବେ। ଦୁର୍ଘଟଣାସ୍ଥଳ ଅନୁଧ୍ୟାନ ପରେ ପୁଣି କଲେଇକୁଣ୍ଡା ଫେରିଯିବେ ମୋଦି।

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଟ୍ରେନ ଦୁର୍ଘଟଣାର ସ୍ଥିତିର ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଆସୁଛନ୍ତି। ପ୍ରଥମେ ପ୍ରଧାନମନ୍ତ୍ରୀ ମୋଦି ଦୁର୍ଘଟଣାସ୍ଥଳ ବାଲେଶ୍ୱର ଜିଲ୍ଲା ବାହନଗା ଯିବେ ଓ ଏହାପରେ କଟକ ଏସସିବି ମେଡିକାଲ୍‌ରେ ଆହତ ରେଳଯାତ୍ରୀଙ୍କୁ ଭେଟିବେ ବୋଲି ଜଣାପଡ଼ିଛି।

ଅନ୍ୟପକ୍ଷେ ଆଜି ନୂଆଦିଲ୍ଲୀରେପ୍ରଧାନମନ୍ତ୍ରୀ ମୋଦି ବାହନଗା ରେଳ ଦୁର୍ଘଟଣାର ସମୀକ୍ଷା କରିଛନ୍ତି। ଗୃହ ମନ୍ତ୍ରୀ ଅମିତ ଶାହ, ଏନଡିଆରଏଫ ଡିଜି ଏବଂ ବରିଷ୍ଠ ରେଳ ଅଧିକାରୀ ସମୀକ୍ଷା ବୈଠକରେ ସାମିଲ ହୋଇଥିଲେ।

Nuakhai wishes